Skip to content

Indian Revised Version — Odia (2021)

ଦ୍ୱିତୀୟ ଶାମୁୟେଲ 1

1ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ। 2ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା। 3ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।” 4ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।” 5ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?” 6ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି। 7ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’ 8ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’ 9ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’ 10ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।” 11ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ; 12ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ। 13ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।” 14ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?” 15ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା। 16ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।” 17ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ; 18ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି। 19“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ! 20ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ। 21ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା। 22ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ। 23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ। 24ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ। 25ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ। 26ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା। 27ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.