Skip to content

Indian Revised Version — Odia (2021)

ଯାତ୍ରା ପୁସ୍ତକ 37

1ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ 2ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। 3ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ। 4ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ 5ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ। 6ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। 7ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ। 8ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। 9ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। 10ତହିଁ ଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ। 11ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। 12ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। 13ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ। 14ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା। 15ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ। 16ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। 17ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। 18ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା। 19ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା। 20ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା। 21ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା। 22ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। 23ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। 24ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ। 25ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। 26ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ। 27ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ। 28ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ। 29ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.