Skip to content

Indian Revised Version — Odia (2021)

ହୋଶେୟ 3

1ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।” 2ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; 3ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।” 4କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; 5ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.