Skip to content

Indian Revised Version — Odia (2021)

ଯିଶାଇୟ 15

1ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା। 2ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। 3ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। 4ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି। 5ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି। 6କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ। 7ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ। 8କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି। 9କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.