Skip to content

Indian Revised Version — Odia (2021)

ଯିଶାଇୟ 20

1ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା; 2ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା। 3ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; 4ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ। 5ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। 6ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.