Skip to content

Indian Revised Version — Odia (2021)

ହିତୋପଦେଶ 10

1ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ। 2ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ। 3ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ। 4ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ। 5ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। 6ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ। 7ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ। 8ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ। 9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ। 10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ। 11ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ। 12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ। 13ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି। 14ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ। 15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ। 16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ। 17ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ। 18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ। 19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ। 20ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ। 21ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି। 22ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ। 23କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର। 24ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ। 25ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ। 26ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ। 27ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ। 28ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ। 29ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ। 30ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ। 31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। 32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.