Indian Revised Version — Odia (2021)
ଗୀତସଂହିତା 100
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..