Skip to content

Indian Revised Version — Odia (2021)

ଗୀତସଂହିତା 110

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” 2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। 4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” 5ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। 6ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। 7ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.