Skip to content

Indian Revised Version — Odia (2021)

ଗୀତସଂହିତା 121

1ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? 2ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। 3ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। 4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। 5ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। 6ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। 7ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। 8ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.