Skip to content

Indian Revised Version — Odia (2021)

ଗୀତସଂହିତା 123

1ଆରୋହଣ ଗୀତ। ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ। 2ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.