Skip to content

Indian Revised Version — Odia (2021)

ଗୀତସଂହିତା 125

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.