Skip to content

Indian Revised Version — Odia (2021)

ଗୀତସଂହିତା 127

1ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। 2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। 4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 5ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.