Skip to content

Indian Revised Version — Odia (2021)

ଗୀତସଂହିତା 128

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। 6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.