Skip to content

Indian Revised Version — Odia (2021)

ଗୀତସଂହିତା 130

1ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। 2ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ। 3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? 4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। 5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। 6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। 7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। 8ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.