Indian Revised Version — Odia (2021)
ଗୀତସଂହିତା 131
1ଆରୋହଣ ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। 2ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। 3ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..