Skip to content

Indian Revised Version — Odia (2021)

ଗୀତସଂହିତା 150

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.