Skip to content

Indian Revised Version — Odia (2021)

ଗୀତସଂହିତା 20

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; 2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ; 3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; ସେଲା 4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। 5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। 6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। 7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। 8ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ। 9ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.