Indian Revised Version — Odia (2021)
ଗୀତସଂହିତା 23
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..