Skip to content

Indian Revised Version — Odia (2021)

ଗୀତସଂହିତା 24

1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା 7ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 8ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। 9ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 10ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। ସେଲା

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.