Skip to content

Indian Revised Version — Odia (2021)

ଗୀତସଂହିତା 30

1ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। 2ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ। 3ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। 4ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। 5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। 6ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି। 7ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। 8ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। 9ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? 10ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ। 11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; 12ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.