Indian Revised Version — Odia (2021)
ଗୀତସଂହିତା 47
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। 4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। ସେଲା 5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର। 7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର। 8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। 9ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..