Skip to content

Indian Revised Version — Odia (2021)

ଗୀତସଂହିତା 6

1ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। 2ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି। 3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ? 4ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର। 5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? 6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ। 7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। 8ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି। 9ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ। 10ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.