Skip to content

Indian Revised Version — Odia (2021)

ଗୀତସଂହିତା 67

1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା 2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 3ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। ସେଲା 5ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। 7ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.