Indian Revised Version — Odia (2021)
ଗୀତସଂହିତା 70
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। 2ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ। 3ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। 4ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, 5ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..