Skip to content

Indian Revised Version — Odia (2021)

ଗୀତସଂହିତା 82

1ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି। 2“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? ସେଲା 3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।” 5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। 6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” 8ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.