Indian Revised Version — Odia (2021)
ଗୀତସଂହିତା 87
1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା 4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। ସେଲା 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..