Skip to content

Indian Revised Version — Odia (2021)

ଗୀତସଂହିତା 95

1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 3କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। 4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। 5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। 6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। 10ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;” 11ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.