Skip to content

Indian Revised Version — Odia (2021)

ଗୀତସଂହିତା 98

1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର। 5ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। 7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.