Skip to content

Indian Revised Version — Odia (2021)

ଗୀତସଂହିତା 99

1ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। 2ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। 3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। 4ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। 5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। 6ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 8ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। 9ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.